অসমীয়া   বাংলা   बोड़ो   डोगरी   ગુજરાતી   ಕನ್ನಡ   كأشُر   कोंकणी   संथाली   মনিপুরি   नेपाली   ଓରିୟା   ਪੰਜਾਬੀ   संस्कृत   தமிழ்  తెలుగు   ردو

ଓଠର ଯତ୍ନ ପାଇଁ ଘରୋଇ ଉପଚାର

ଓଠର ଯତ୍ନ

ମହିଳା ମାନେ ଲିପିସ୍ଟିକ ସୌନ୍ଦଯ୍ୟ ବୃଦ୍ଧି ପାଇଁ ବ୍ୟବହାର କରିଥାନ୍ତି । କିନ୍ତୁ ସର୍ଭେରୁ ଜଣା ପଡିଛି  ୬୦% ଲିପିସ୍ଟିକ ବିଷାକ୍ତ, ଯାହାକି ଆପଣଙ୍କ ସ୍ମୃତିଶକ୍ତି ହ୍ରାସ କରିଥାଏ ।ତେଣୁ ଲିପିସ୍ଟିକ ବଦଳରେ ଆମେ କିଛି ପ୍ରାକୃତିକ ଉପାୟ ଅବଲମ୍ବନ କରିବା ଦରକାର।

ଲାଲ ଓଠ ପାଇଁ ଘରୋଇ ଉପଚାର

ଲାଲ ଓଠ ମୁହଁର ସୌନ୍ଦଯ୍ୟ ବୃଦ୍ଧି କରିଥାଏ । କିନ୍ତୁ ସବୁବେଳେ ଲିପିସ୍ଟିକ ବ୍ୟବହାର କରିବା ସ୍ୟାସ୍ଥ୍ୟ ପାଇଁ କ୍ଷତିକାରକ କାରଣ ଏଥିରେ ବହୁତ କେମିକାଲ ରହିଥାଏ । ତେଣୁ ଲାଲ ଓଠ ପାଇଁ କିଛି ଘରୋଇ ଉପଚାର ହେଉଛି

  • ଶୋଇବା ପୂର୍ବରୁ ଓଠରେ କିଛି ଗୁଆ ଘିଅ ମାଲିସ କରି ଶୁଆନ୍ତୁ ଏବଂ ସକାଳେ ଓଠକୁ ଭଲ ଭାବେ ଧୋଇ ଦିଅନ୍ତୁ । ଏହା ଆପଣଙ୍କ ଓଠକୁ ନରମ ରଖିବ| ସବୁଦିନ   ଗୁଆ ଘିଅ ମାରିଲେ ଧୀରେ ଧୀରେ ଆପଣଙ୍କ ଓଠ ଲାଲ ରହିବ ।
  • କିଛି ଲାଲ ଗୋଲାପ ଫୁଲର ପାଖୁଡାକୁ ଚିକଣ କରି ବାଟି ଦିଅନ୍ତୁ । ଏହାକୁ ମହୁ ସହ ମିଶାଇ ଓଠରେ ସବୁଦିନ ମାଲିସ କରନ୍ତୁ ।ଏହା କିଛି ଦିନ ମଧ୍ୟରେ ଆପଣଙ୍କ ଓଠକୁ ଲାଲ କରିଦେବ।
  • ଗୋଟିଏ ଲେମ୍ବୁକୁ ଦୁଇ ଭାଗରେ କାଟନ୍ତୁ ଓ ସେଥିରୁ କିଛି ପରିମାଣରେ ରସ ବାହାର କରି କଟା ଲେମ୍ବୁକୁ ଓଠରେ ମାଲିସ କରନ୍ତୁ।ଏମିତି ଦିନକୁ ଦୁଇ ଥର କରିଲେ କିଛିଇ ଦିନ ଭିତରେ ଆପଣଙ୍କ ଓଠର କଳା ଦାଗ ଦୂର ହୋଇଥାଏ ।
  • କାକୁଡିକୁ ଛୋଟ ଖଣ୍ଡରେ କାଟି ଓଠରେ ମାଲିସ କଲେ ଓଠ ଲାଲ ହୋଇଥାଏ ।

ଓଠ ଫଟା ପାଇଁ ଘରୋଇ ଉପଚାର

ଶୀତଦିନେ ଓଠ ଫାଟିବା ଏକ ସାଧାରଣ ଘଟଣା କିନ୍ତୁ କିଛି ଲୋକଙ୍କର ସବୁଦିନେ ଓଠ ଫଟିଥାଏ। ଓଠଫଟା ପାଇଁ କିଛି ଘରୋଇ ଉପଚାର ହେଲା :

  • କିଛି ପରିମାଣରେ ଜଡ଼ା ତେଲକୁ ଭେସଲିନ ସହିତ ମିଶାଇ ଓଠରେ ମାଲିସ କରନ୍ତୁ ।ଏପରି ଦିନକୁ ୨-୩ ଥର କରିବା ଦ୍ଵାରା ଏହା ଆପଣଙ୍କର ଓଠ ଫଟା ଦୂର କରିବା ସହ ଓଠର କଳାଅଂଶ ଦୂର କରିଥଏ ।
  • ଘିକୁଆଁରୀ ରସକୁ ଓଠରେ ମାଲିସ କଲେ ଓଠ ଫାଟିବା ବନ୍ଦ ହୋଇଥାଏ ।
  • କ୍ଷୀରକୁ ଗରମ କରି ହାଲକା ଗରମ କ୍ଷୀରସରକୁ ଓଠରେ ରଖନ୍ତୁ ।ତାପରେ କିଛି ତୁଳା ଖଣ୍ଡକୁ ଗରମ ପାଣିରେ ବୁଡାଇ ରଖନ୍ତୁ ।୧୦-୧୫ ମିନଟ ପରେ  କ୍ଷୀର ସରକୁ ବାହାର କରି  ସେହି ତୁଳା ପାଣିରୁ ବାହାର କରି ଓଠ କୁ ସଫା କରନ୍ତୁ ।
  • ୧ ଚାମଚ ଚିନିକୁ କିଛି ମହୁ ସହ ମିଶାଇ ଓଠ ରେ ଲଗାନ୍ତୁ ।୧୦-୧୫ ମିନଟ ପରେ ହାଲକା ଗରମ ପାଣିରେ ଓଠକୁ ଧୋଇ ଦିଅନ୍ତୁ ।

ଆଧାର: ଆୟୁର୍ବେଦ ସେବା ସଦନ

Last Modified : 1/26/2020



© C–DAC.All content appearing on the vikaspedia portal is through collaborative effort of vikaspedia and its partners.We encourage you to use and share the content in a respectful and fair manner. Please leave all source links intact and adhere to applicable copyright and intellectual property guidelines and laws.
English to Hindi Transliterate