ମେଦ ବହୁଳତା ବା ଓବେସିଟି

ମେଦ ବହୁଳତା ବା ଓବେସିଟି ଏକ ମେଡିକାଲ ରୋଗ ଯେଉଁଥିରେ ଅତ୍ୟଧିକ ଶରୀର ଚର୍ବି ଜମାହୋଇଯାଏ ଯାହା ସ୍ୱାସ୍ଥ୍ୟ ଉପରେ ପ୍ରତିକୁଳ ପ୍ରଭାବ ପକାଏ ।ଯାହାର ବଡି ମାସ ଇଣ୍ଡେକ୍ସ (ବିଏମଆଇ) (ଲୋକର ଓଜନ ହରଣ ଲୋକର ମିଟରରେ ଉଚ୍ଚତାର ବର୍ଗ) ୩୦ ରୁ ଅଧିକ ଥାଏ, ତାହାକୁ ମେଦ ବହୁଳତା କୁହାଯାଏ ଓ ୨୫ରୁ ୩୦ ଭିତରେ ଥିଲେ ଅଧିଭାର କୁହାଯାଏ । କେତେକ ପୂର୍ବ ଏସିଆ ଦେଶମାନଙ୍କରେ ଏହାଠାରୁ କମ ମୂଲ୍ୟାୟନ କରନ୍ତି । ମେଦ ବହୁଳତା ଥିଲେ ଅନେକ ରୋଗ ହେବା ସମ୍ଭାବନା ଥାଏ ଯଥା; ହୃତ୍ପିଣ୍ଡ ରୋଗ, ଡାଏବେଟିସ ୨,ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ, କେତେକ କର୍କଟ ଓ ଓଷ୍ଟିଓଆର୍ଥ୍ରାଇଟିସ ।ମେଦ ବହୁଳତାର କେତେକ ପ୍ରତିଶବ୍ଦମାନଙ୍କର ନାମ: ସ୍ଥୌଲ୍ୟତା, ମେଦୋବୃଦ୍ଧି, ସ୍ଥୁଳକାୟତ୍ତ୍ୱ, ନୁଦ୍ବୁଦ ବ୍ୟାଧି

କାରଣ

ମେଦ ବହୁଳତା ହେବାର ଅନେକ କାରଣ ମଧ୍ୟରେ ଅତ୍ୟଧିକ ଶକ୍ତିଦାୟକ ଖାଦ୍ୟ, ଶାରୀରିକ ପରିଶ୍ରମର ଅଭାବ ଓ ଜେନେଟିକ ସମ୍ବେଦନଶୀଳତା ଉଲ୍ଲେଖନୀୟ । କେତେକ କେସ୍ରେ ଜିନ୍,ଅନ୍ତସ୍ରାବୀ ଗ୍ରନ୍ଥି ସମସ୍ୟା, ଔଷଧ ବା ମାନସିକ ବେମାରୀ ମୂଖ୍ୟ କାରଣ ହୋଇପାରେ । କେତେକ ମତରେ ଅଳ୍ପ ଖାଦ୍ୟ ଖାଇଲେ ମଧ୍ୟ ଏହି ରୋଗ ହୁଏ, ଏ ମତବାଦର ପ୍ରମାଣ ସାଧାରଣ ଭାବରେ ଅନୁମୋଦିତ ହୁଏ ନାହିଁ ।ସାଧାରଣତଃ ମେଦ ବହୁଳ ଲୋକଙ୍କର ଶକ୍ତି କ୍ଷୟ ଅନ୍ୟମାନଙ୍କ ଅପେକ୍ଷା ଅଧିକ ହୁଏ କାରଣ ଏମାନଙ୍କର ବଡି ମାସ ନିମନ୍ତେ ଅଧିକ ଶକ୍ତି ଆବଶ୍ୟକ ହୁଏ ।

ମେଦ ବହୁଳତାକୁ ସାମାଜିକ ଓ ବ୍ୟକ୍ତଗତ ପସନ୍ଦର ପରିବର୍ତ୍ତନ କରି ପ୍ରତିରୋଧ କରିହୁଏ ।ଖାଦ୍ୟ ଓ ଶାରୀରିକ ବ୍ୟାୟାମଦ୍ୱାରା ଏହାର ମୂଖ୍ୟ ଚିକିତ୍ସା କରାଯାଏ । ଶକ୍ତି ସମ୍ପନ୍ନ ଖାଦ୍ୟ ଯେପରିକି ଚର୍ବି ଓ ଶର୍କରା ଜାତୀୟ ଖାଦ୍ୟ କମ୍ କରି ତନ୍ତୁ ଯୁକ୍ତ ଖାଦ୍ୟ ଅଧିକ ଖାଇଲେ ଖାଦ୍ୟର ଗୁଣବତ୍ତା ଉନ୍ନତ ହୁଏ । ଉପଯୁକ୍ତ ଖାଦ୍ୟ ସହିତ ଔଷଧ ଖାଇଲେ ଖାଦ୍ୟ ରୁଚି କମିଯାଏ ବା ଚର୍ବି ଅବଶୋଷଣ କମିଯାଏ । ଖାଦ୍ୟ, ବ୍ୟାୟାମ ଓ ଔଷଧ କାର୍ଯ୍ୟକାରୀ ନ ହେଲେ ଗ୍ୟାସ୍ଟ୍ରିକ ବେଲୁନ ବା ଅପରେଶନ କରି ପାକସ୍ଥଳୀର ଲମ୍ବ ଓ ପରିମାଣ ବା ଭଲ୍ୟୁମ କମେଇ ଦେଲେ ଶୀଘ୍ର ପେଟ ପୂର୍ଣ୍ଣ ଲାଗିବ ଓ ପୋଷକ ଅବଶୋଷଣ କମିଯିବ । ମୃତ୍ୟୁର ଏକ କାରଣ ମେଦ ବହୁଳତାକୁ ପ୍ରତିରୋଧ କରାଯାଇ ପାରିବ । ମେଦାଳତା ଏକ ମୃତ୍ୟୁ ପ୍ରତିରୋଧକ୍ଷମ ଅବସ୍ଥା ଯାହା ପୃଥିବୀବ୍ୟାପି ବୟଃପ୍ରାପ୍ତ ଓ ପିଲାଙ୍କର ରୋଗ ହାରରେ ବୃଦ୍ଧି ଘଟୁଛି । ସନ ୨୦୧୪ରେ ୬୦୦ ନିୟୁତ ବୟସ୍କ (୧୩%) ଓ ୪୨ ନିୟୁତ ୫ ବର୍ଷ ବୟସରୁ କମ୍ ପିଲାଙ୍କର ମେଦାଳତା ହୋଇଥିଲା ।ଏହା ପୁରୁଷଙ୍କ ଅପେକ୍ଷା ମହିଳାଙ୍କୁ ଅଧିକ ହୁଏ ।[୧]ବିଶାରଦ ମାନଙ୍କ ମତରେ ଏହା ଏକବିଂଶ ଶତାବ୍ଦୀର ଏକ ସାଂଘାତିକ ଜନସ୍ୱାସ୍ଥ୍ୟ ସମସ୍ୟା । ମେଦାଳତା ଏକ କଳଙ୍କ ରୂପେ ଆଧୁନିକ ପୃଥିବୀ ବିଶେଷତଃ ପଶ୍ଚିମ ପୃଥିବୀରେ ପରିଚିତ ଯଦିଓ ଏକ ସମୟରେ ଏହା ସମ୍ପତ୍ତି ଓ ପ୍ରଜନନକ୍ଷମ (fertility) ଅବସ୍ଥା ବୋଲି ବିବେଚିତ ହେଉଥିଲା ଓ ଅଦ୍ୟାବଧି କେତେକ ସ୍ଥାନରେ ହେଉଛି । ସନ ୨୦୧୩ରେ ଆମେରିକାଲ ମେଡିକାଲ ଆସୋସିଏସନ ଏହାକୁ ଏକ ରୋଗ ଶ୍ରେଣୀରେ ଅନ୍ତର୍ଭୁକ୍ତ କରିଛନ୍ତି ।

ଆଧାର : "ଓବେସିଟି"