ଲକ୍ଷ୍ମୀ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ଯ୍ୟ ଓ ପ୍ରେମର ଦେବୀ ଅଟନ୍ତି । ସେ ଶ୍ରୀ ଭାବେ ମଧ୍ୟ ପରିଚିତ । ସେ ଭଗବାନ ବିଷ୍ଣୁଙ୍କର ସହଧର୍ମିଣୀ ଓ ଶକ୍ତି ସୂରୁପା । ରାମାୟଣ ମତେ ସମୁଦ୍ର ମନ୍ଥନ ସମୟରେ ଅମୃତପାତ୍ର ଧରି ସେ ପୃଥିବୀ ପୃଷ୍ଠକୁ ଆସିଥିଲେ । ସେ ସମୁଦ୍ରଙ୍କର କନ୍ୟା । ଲକ୍ଷ୍ମୀଙ୍କର ବାହାନ ପେଚା, ମତାନ୍ତରେ ହାତୀ । ଲକ୍ଷ୍ମୀଙ୍କର ନାମ ଲକ୍ଷ ଶବ୍ଦରୁ ଆସିଛି ।
ରୁକ୍ମଣୀ ଓ ସତ୍ୟଭାମା ଲକ୍ଷ୍ମୀଙ୍କ ଅବତାର ଭାବେ ପରିଚିତ । ପ୍ରେମ ଏବଂ ପ୍ରଜନନର ଦେବତା କାମଦେବ ବିଷ୍ଣୁ ଓ ଲକ୍ଷ୍ମୀଙ୍କର ପୁତ୍ର ଭାବେ ବର୍ଣ୍ଣିତ ହେଇଥାନ୍ତି ।
ତାଙ୍କର ଚାରିହାତ ଧର୍ମ, କାମନା, ଅର୍ଥ ଓ ମୋକ୍ଷର ପ୍ରତୀକ । ତାଙ୍କୁ ପୂଜାକରିବା ଦ୍ଵାରା ଧର୍ମ, କାମନା, ଅର୍ଥ ଓ ମୋକ୍ଷ ଭାବନାରୁ ମୁକ୍ତ ହୋଇ ଜଣେ ନିର୍ବାଣ ପାଇପାରିବ । ଓଡ଼ିଶାରେ ପ୍ରତ୍ୟେକ ହିନ୍ଦୁଘରେ ଗୁରୁବାର ଦିନ ଲକ୍ଷ୍ମୀଙ୍କର ପୂଜା ହୁଏ । ଭୃଗୁଋଷିଙ୍କ ତପସ୍ୟା ଫଳରେ ସେ ଭାର୍ଗବୀ, ଶ୍ରୀ ଆଦି ରୂପରେ ଅବତୀର୍ଣ୍ଣା ହୋଇଥିଲେ । ଭାରତର କେତେକସ୍ଥାନରେ ଏଥିପାଇଁ ଭୃଗୁକନ୍ୟାରୂପେ ଶୁକ୍ରବାର ଦିନ ଲକ୍ଷ୍ମୀପୂଜା କରାଯାଏ । ଓଡ଼ିଶାରେ ମାର୍ଗଶିର ମାସ ଗୁରୁବାର ଲକ୍ଷ୍ମୀଙ୍କର ପ୍ରିୟପୂଜା ମାଣବସା ପୂଜା ନାମରେ ପ୍ରସିଦ୍ଧ ।
ପଦ୍ମ ଫୁଲସହ ତାଙ୍କର ନିକଟତା ନେଇ ତାଙ୍କର ଅନେକ ନାମ ଅଛି ଯଥା:
ଅନ୍ୟ ନାମ ଗୁଡିକ ହେଲା:
ମହାଲକ୍ଷ୍ମୀଙ୍କର ପାର୍ବଣ । ପାଖାପାଖି ସପ୍ତହେ ବ୍ୟାପି ମହାଲକ୍ଷ୍ମୀଙ୍କର ଏଇ ପୂଜା ଢେଙ୍କାନାଳ, ଚୌଦ୍ଵାର ଓ ଓଡ଼ିଶାର ଅନ୍ୟାନ୍ୟ ଅଞ୍ଚଳରେ ବଡ଼ ଧୂମ୍ଧାମ୍ରେ ପାଳନ କରାଯାଏ। କୁମାର ପୂର୍ଣ୍ଣିମା ଦିନକୁ ଲକ୍ଷ୍ମୀଙ୍କର ଜନ୍ମଦିନ ରୂପେ ମଧ୍ୟ ପାଳନ କରାଯାଏ । ଏହି ଦିନ ସମୃଦ୍ଧିର ଦେବୀ ଲକ୍ଷ୍ମୀଙ୍କୁ ଗଜ ବାହନ ସହ ପୂଜା କରାଯାଇଥାଏ । ସାଧାରଣତଃ ଗଜଲକ୍ଷ୍ମୀଙ୍କୁ ଦିନଟିଏ ପାଇଁ ହିଁ ପୂଜା କରାଯାଇଥାଏ । କିନ୍ତୁ କେତେକ ସ୍ଥାନରେ ଏହି ପୂଜା ୭/୧୦ ଦିନ ଧରି କରାଯାଇଥାଏ । ଏହି ପୂଜା ଅବସରରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସୁନ୍ଦର ଲକ୍ଷ୍ମୀ ମେଢ଼ମାନ ତିଆରି ହୋଇଥାଏ ।
ଢେଙ୍କାନାଳରେ ମହାଲକ୍ଷ୍ମୀ ପୂଜାର ପ୍ରସିଦ୍ଧି ପଛରେ ଐତିହାସିକ କାରଣ ରହିଛି । ଢେଙ୍କାନାଳ ଇତିହାସ ବର୍ଣ୍ଣନା କାରାଯାଇଛି ଯେ ଏଠାକାର ରାଜବଂଶ କୃଷ୍ଣ ବାସୁଦେବଙ୍କର ଉପାସକ ଭାବେ ବୈଷ୍ଣବ ମଠ ପ୍ରତିଷ୍ଠା କରିଥିଲେ । କୁଞ୍ଜକାନ୍ତର କୃଷ୍ଣମନ୍ଦିର ଏହି ରାଜବଂଶ ଆରାଧ୍ୟ ଦେବତା, ବଳରାମ ମନ୍ଦିର, ଜଗନ୍ନାଥ ମନ୍ଦିର, ବୃନ୍ଦାବନ ମଦିର, ବୃନ୍ଦାବନଚନ୍ଦ୍ର ମନ୍ଦିର, କପିଳାସର ନାରାୟଣ ମଦିର, ନୃସିଂହ ଓ ଲକ୍ଷ୍ମୀମୁର୍ତ୍ତୀ ପ୍ରତିଷ୍ଠା, ଚୈତନ୍ୟଙ୍କ ପାଦଚିହ୍ନ ପ୍ରତିଷ୍ଠା ଇତ୍ୟାଦି ବହୁବିଧ ପଦକ୍ଷେପ ଯୋଗୁଁ ବିଷ୍ଣୁ ପୂଜାର ପରମ୍ପରା ପ୍ରଜାଙ୍କ ଦ୍ଵାରା ଆଦୃତ ହୋଇପାରିଥିବାରୁ ବିଷ୍ଣୁଙ୍କର ପତ୍ନୀ ଭାବରେ ଲକ୍ଷ୍ମୀ ପୂଜାର ପରମ୍ପରା ଏଠାରେ ଗଢିଉଠିଥିଲା ।
ଓଡ଼ିଶାର ଢେଙ୍କାନାଳ ଜିଲ୍ଲା ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ । ଏଠାରେ ଏହି ପୂଜା କୁମାର ପୂର୍ଣ୍ଣିମା (ହିନ୍ଦୁ କ୍ୟାଲେଣ୍ଡର୍ ଅନୁସାରେ ଆଶ୍ୱିନ ଶୁକ୍ଳ ପକ୍ଷର ୧୫ତମ ଦିନ) ଦିନ ଠାରୁ ଆରମ୍ଭ ହୋଇ ୧୧ ଦିନ ପର୍ଯ୍ୟନ୍ତ ଚାଲିଥାଏ । ଢେଙ୍କାନାଳରେ ଏହି ପୂଜା ପ୍ରଥମ ଥର ପାଇଁ ୧୯୨୩ ମସିହାରେ କୁଞ୍ଜସାହୁ ଛକ (ବର୍ତ୍ତମାନର ଗଣେଶ ବଜାର) ଠାରେ ଆରମ୍ଭ ହୋଇଥିଲା । ଢେଙ୍କାନାଳର କଲେଜ୍ ରୋଡ଼୍ଠାରୁ ଆରମ୍ଭ କରି କୋରିହାଁ ଛକ (ପ୍ରାୟ ୭ କିଲୋମିଟର) ଯାଏଁ ରାସ୍ତାର ଦୁଇ କଡ଼ରେ ଅନେକ ଲକ୍ଷ୍ମୀ ମେଢ଼ ତିଆରି ହୋଇଥାଏ । ଏହି ପୂଜା ଅବସରରେ ସମ୍ପୂର୍ଣ୍ଣ ସହର ବିଭିନ୍ନ ପ୍ରକାର ଆଲୋକ ମାଳାରେ ସୁସଜ୍ଜିତ ହୋଇଥାଏ । ଏହି ଅବସରରେ ଜିଲ୍ଲା ପ୍ରଶାସନ ଦ୍ୱାରା ପଲ୍ଲୀଶ୍ରୀ ମେଳା ମଧ୍ୟ ଆୟୋଜିତ ହୋଇଥାଏ ।
ଆଧାର -
Last Modified : 1/7/2020